ରାଜ୍ୟରେ ବୁଧବାର ଆଉ ୧୧ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆଜି ଗଞ୍ଜାମ ଜିଲ୍ଲାରୁ ୪ଜଣ, ଭୁବନେଶ୍ୱରରୁ ୨ ସମେତ ଖୋର୍ଦ୍ଧାରୁ ୩ ଜଣ, ବଲାଙ୍ଗୀର, କନ୍ଧମାଳ, କେନ୍ଦୁଝର ଓ ପୁରୀରୁ ଜଣେ ଲେଖାଏଁ କାରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥି ସହିତ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି।
Comments are closed.