ଗୁଜୁରାଟରେ ଲୁଣ ଫ୍ୟାକ୍ଟ୍ରିର କାନ୍ଥ ଭୁଶୁଡ଼ି ୧୨ ମୃତ, ୨ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ


ଫ୍ୟାକ୍ଟ୍ରିର କାନ୍ଥ ଭୁଶୁଡ଼ି ୧୨ ମୃତ । ଗୁଜୁରାଟର ମୋରବି ହଲୱାଡ ଜିଆଇଡିସିରେ ଏକ ଲୁଣ ଫ୍ୟାକ୍ଟ୍ରିରେ ଏଭଳି ଅଘଟଣ ଘଟିଛି। କାନ୍ଥ ତଳେ ଆଉ ୩ ଜଣ ଦବି ରହିଛନ୍ତି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆଗକୁ ମୃତକଙ୍କ ସଂଖ୍ୟା ଆହୁରି ବୃଦ୍ଧି ହୋଇପାରେ ବୋଲି ଅନୁମାନ କରାଯାଉଛି। ସୂଚନାନୁଯାୟୀ, ବୁଧବାର ଗୁଜୁରାଟର ମୋରବି ସ୍ଥିତ ଏକ ଲୁଣ ଫ୍ୟାକ୍ଟ୍ରିର କାନ୍ଥ ହଠାତ୍ ଭୁଶୁଡ଼ି ପଡ଼ିଥିଲା। ଫଳରେ ଫ୍ୟାକ୍ଟିରେ କାମ କରୁଥିବା ଲୋକ କାନ୍ଥ ତଳେ ଚାପି ହୋଇ ପ୍ରାଣ ହରଇଛନ୍ତି। ଏଯାବତ୍ ପ୍ରାୟ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୩ ଜଣ କାନ୍ଥ ତଳେ ଚାପି ହୋଇ ରହିଛନ୍ତି। ଆଗକୁ ମୃତକଙ୍କ ସଂଖ୍ୟା ଆହୁରି ବୃଦ୍ଧି ହୋଇପାରେ ବୋଲି ଅନୁମାନ କରାଯାଉଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏହି ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ରାଶି ଘୋଷଣା କରାଯାଇଥିବା ବେଳେ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି।


Share It

Comments are closed.