କିପରି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ


 ମେଷ – ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ ।

ବୃଷ–  ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ ଲୋଡିବେ । କାର୍ଯ୍ୟାଳୟରେ କାର୍ଯ୍ୟଭାର ବୃଦ୍ଧି ପାଇବ । ବ୍ୟବସାୟୀଙ୍କ ଦୃଷ୍ଟିକୋଣରୁ ଦିନଟି ଉତ୍ତମ ଅଟେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନୋନିବେଶ କରିବେ ।

ମିଥୁନ– ସ୍ୱାସ୍ଥ୍ୟ ଅତୁଟ ରହିବ । କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ବ୍ୟାଙ୍କିଙ୍ଗ୍‌, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ ।

କର୍କଟ– ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିଙ୍କ କ୍ରୋଧର ଶିକାର ହେବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପରିବାରରେ ସାମାନ୍ୟ ମତଭେଦ ଦେଖାଦେବ । ଦୂରଯାତ୍ରା ସଫଳ ହେବ ।

ସିଂହ– ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ । ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ ।

କନ୍ୟା– ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ । ଜରୁରୀ କାର୍ଯ୍ୟ କିମ୍ବା ନିର୍ଣୟ ନିଅନ୍ତୁ ନାହିଁ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥନଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ । ବ୍ୟାପରରେ ବାଧା ଆସିପାରେ । ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ ।

ତୁଳା– ଦୃଢମନା ହେବେ । କର୍ମ କ୍ଷେତ୍ରରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସା ପାଇବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ ।

ବିଛା– ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଆତ୍ମଶାନ୍ତି ଲଭିବେ । ଦିଅଁ ଦର୍ଶନ ମଙ୍ଗଳକର ହେବ । ଭୂମି କିମ୍ବା ଗୃହ କ୍ରୟ ପାଇଁ ଯୋଗାଯୋଗ ସ୍ଥାପନ କରିବେ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।

ଧନୁ– ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଉପରିସ୍ତ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭପ୍ରଦ ହେବ । ଆଇନ ଅଦାଲତର କାର୍ଯ୍ୟ ସଫଳ ହେବ । ଆୟ ବୃଦ୍ଧି ପାଇବ ।

ମକର– ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । କର୍ମ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ସଫଳତା ପାଇବେ । ଆଇନ୍‌, ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ ।

କୁମ୍ଭ– ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । ବକେୟା କାର୍ଯ୍ୟ ସବୁ ସଂପାଦନ କରିବେ । ବ୍ୟବସାୟରେ ସ୍ୱଳ୍ପଲାଭ ମିଳିବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ ।

ମୀନ– ଆଶାବାଦୀ ହେବେ । ଅସଂପୂର୍ଣ୍ଣ  କାର୍ଯ୍ୟ ଆଜି ସଂପୂର୍ଣ୍ଣ  କରିବେ । ଅଧିନସ୍ଥ କର୍ମଚାରୀଙ୍କ  ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅପରାହ୍ନରେ କୌଣସି ଶୁଭକାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ ।


Share It

Comments are closed.