ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ


ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା। ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ଆସନ୍ତା ଡିସେମ୍ବର ୫ତାରିଖରେ ହେବ ପଦ୍ମପୁର ଉପନିର୍ବାଚନ । ନଭେମ୍ବର ୧୦ତାରିଖରେ ଏ ନେଇ ବିଦ୍ଧିବଧ ଭାବେ ପ୍ରକାଶ ପାଇବ ବିଜ୍ଞପ୍ତି । ୧୭ରେ ନାମାଙ୍କନ ଦାଖଲର ଶେଷ ଦିନ ଥିବାବେଳେ​ ୧୮ରେ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ରହିଛି ।

ସେହିଭଳି ନଭେମ୍ବର ୨୧ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବାବେଳେ ଚୁଡ଼ାନ୍ତ ତାଲିକା ପ୍ରକାଶ ପାଇବ । ଡିସେମ୍ବର ୫ରେ ନିର୍ବାଚନ ହେବାକୁ ଥିବାବେଳେ​ ୮ତାରିଖରେ ଭୋଟ ଗଣତି ହେବ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ, ଦିବଙ୍ଗତ ବିଧାୟକ ବିଜୟରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଖାଲି ପଡ଼ିଥିଲା ଏହି ଆସନ ।


Share It

Comments are closed.