ଅଲଟିମେଟ ଖୋ ଖୋ ସିଜନ-୨ :ଗୁଜରାଟ ଜିଆଂଟସକୁ ପରାଜିତ କରିଛି ଚେନ୍ନାଇ କ୍ୱିକ ଗନ୍ସ


କଟକ,୧ ଜାନୁଆରୀ ୨୦୨୩: ଅଲ୍ଟିମେଟ ଖୋ ଖୋ ସିଜନ ୨ରେ ଆଜି କଟକର ଜୱାହାରଲାଲ ନେହେରୁ ଷ୍ଟାଡିୟମରେ ଖେଳାଯାଇଥିବା ୧ମ ମ୍ୟାଚରେ ଚେନ୍ନାଇ କ୍ୱିକ ଗନ୍ସ, ଗୁଜରାଟ ଜିଆଂଟସକୁ ୩୫-୨୯ ପଏଂଟରେ ପରାଜିତ କରିଛି । ଆଜିର ଏହି ମ୍ୟାଚ୍‌ରେ ରାମଜୀ କଶ୍ୟପ ୧୦ ପଏଂଟ ହାସଲ କରିବା ସହିତ ମ୍ୟାଟରେ ୪ ମିନିଟରୁ ଅଧିକ ସମୟ ପର୍ଯ୍ୟନ୍ତ ରହି ୫ଟି ଡ୍ରିମ ରନ ବୋନସ ପଏଂଟ ହାସଲ କରିଥିଲେ । ରାମଜୀଙ୍କ ଏହି ରେକର୍ଡ ସଂଖ୍ୟକ ଡ୍ରିମ ରନ ବୋନସ ପଏଂଟ ଚେନ୍ନାଇକୁ ସହଜ ବିଜୟ ପ୍ରଦାନ କରିଥିଲା । ଚେନ୍ନାଇ କ୍ୱିକ ଗନସ ଏବେ ଆସନ୍ତା ମଙ୍ଗଳବାର ଡିଫେଣ୍ଡିଂ ଚାମ୍ପିଅନ ଓଡିଶା ଜଗରନଟସକୁ ଭେଟିବ । ସେହିପରି ମୁମ୍ବାଇ ଖିଲାଡିସ, ଗୁଜରାଟ ଜିଆଂଟସ ବିରୋଧରେ ପ୍ରତିଦ୍ୱନ୍ଦିତା କରିବ ।

ଖୋ ଖୋ ଫେଡେରେଶନ ଅଫ୍ ଇଣ୍ଡିଆ ସହ ସହଭାଗିତାରେ ଅମିତ ବର୍ମନ୍‌ଙ୍କ ଦ୍ୱାରା ପରିକଳ୍ପିତ ଅଲ୍ଟିମେଟ୍ ଖୋ ଖୋ ପ୍ରଥମ ସଂସ୍କରଣରେ ଏକ ବଡ ସଫଳତାରେ ପରିଣତ ହୋଇଥିଲା, ଯାହାକି ଟେଲିଭିଜନ ଭ୍ୟୁୟର୍‌ସିପ୍ ଦୃଷ୍ଟିରୁ ଭାରତର ୩ୟ ସର୍ବବ୍ୟହତ୍ ଅଣ-କ୍ରିକେଟ୍ ଲିଗ୍ ଭାବେ ଉଭା ହୋଇଛି । ଏହା ୟୁକେ ସ୍ଥିତ ବିଏନ୍‌ପି ଗ୍ରୁପ୍ ସୌଜନ୍ୟରେ ଏହା ସିରିଜ୍ ଏ ଫଣ୍ଡିଙ୍ଗ୍ ପ୍ରାପ୍ତ କରିଥିବା ପ୍ରଥମ ଇଣ୍ଡିଆନ୍ ସ୍ପୋର୍ଟସ୍ ଲିଗ୍ ହେବାର ସ୍ୱତନ୍ତ୍ରତା ହାସଲ କରିଥିଲା ।  ଏହାର ୨ୟ ସଂସ୍କରଣରେ ପଏଂଟ ବ୍ୟବସ୍ଥାରେ ଏକସମାନତା ପ୍ରଚଳନ କରାଯାଇଛି ଯେଉଁଥିରେ ଦଳଗୁଡ଼ିକୁ ସମସ୍ତ ଆକ୍ରମଣାତ୍ମକ ପଦକ୍ଷେପ ପାଇଁ ଦୁଇ ପଏଂଟ ଦାୟୀ କରାଯିବ । ସେହିପରି ପ୍ରତିଦିନ ସନ୍ଧ୍ୟା ୭ଟା ୩୦ ମିନିଟ୍‌ରୁ ଆରମ୍ଭ ହେଉଥିବା ଦୁଇଟି ମ୍ୟାଚ୍‌ର ଲାଇଭ୍ କଭରେଜ ସହିତ ସିଜନ୍ ୨ର ଉତ୍ସାହଜନକ ଆକ୍ସନ  ସୋନି ସ୍ପୋର୍ଟସ୍ ନେଟ୍‌ୱର୍କର ଚ୍ୟାନେଲ ଓ ସୋନି ଲିଭ୍‌ରେ ଟେଲିକାଷ୍ଟ ବା ପ୍ରସାରିତ ହେବ ।

ଆଜିର ୧ମ ମ୍ୟାଚରେ ବିଜୟୀ ଦଳ ଚେନ୍ନାଇ କ୍ୱିକ ଗନ୍ସରେ ଅମିତ ପାଟିଲ, ମଦନ, ରାମଜୀ କଶ୍ୟ, ଲକ୍ଷ୍ମଣ ଗାୱାସ, ଆଦର୍ଶ ମୋହିତେ, ସଚିନ ଭର୍ଗୋ, ଜୋରା ସୁରଜ, ସୁରଜ ଲାଣ୍ଡେ, ଆଦିତ୍ୟ କୁଡାଲେ, ଦୁର୍ଭେଶ ସାଲୁଙ୍କେ, ଚନ୍ଦୁ ଚାଭରେ, ଆକାଶ କଦମ, ନରେନ୍ଦ୍ର କାଟକାଟେ, ମୁସ୍ତାଫା ବାଗୱାନ, ଅର୍ଜୁନ ସିଂ, ବିଜୟ ସିନ୍ଦେ, ଆଶିଷ ପଟେଲ, ଏମ ମୁଗିଲାନ, ଆକାଶ ବାଲିୟାନ, ସୁମନ ବର୍ମନ, ପବନ କୁମାର ଓ ଗିରି ଏସ ଆଦି ସାମିଲ ଥିଲେ   ସେହିପରି ଗୁଜୁରାଟ ଜିଆଂଟସ ଦଳରେ ଅଭିନନ୍ଦନ ପାଟିଲ, ଅକ୍ଷୟ ଭଙ୍ଗରେ, ସୁୟଶ ଗାର୍ଗାଟେ, ନିଲେଶ ଯାଦବ, ପି ନରସାୟା, ଫୈଜାନଖା ପଠାନ, ରାଜବର୍ଦ୍ଧନ ପାଟିଲ, ଭି ସୁବ୍ରମଣି, ଦୀପକ ମାଧବ, ଶୁଭମ ଥୋରାଟ, ଗଭରା ଭେଙ୍କଟେଶ, ସଂକେତ କଦମ, କୋନ୍ଧଲକର ରୂପେଶ, ଭରତ କୁମାର, ପବନି ଶବର, ବିନାୟକ ପୋକର୍ଡେ, ରାମ ମୋହନ, ଭି କାବିଲାନ, ଅର୍ଣ୍ଣବ ପାଟନକର, ଅଲଫାଜ ଏଚ ନାଦାଫ, ବାସଭେ ରବି, ଅଭିଜିତ ପାଟିଲ, ସଲିମ ଖାନ, ବିଜେଶ କୁମାର ଏବଂ ହରିଶ ମହମ୍ମଦ ଆଦି ସାମିଲ ଥିଲେ ।


Share It

Comments are closed.