ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ-୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ


ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷାର ଫଳାଫଳ ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବେ । ଏହା ପରେ ଏହାର ଫଳାଫଳ ଡବ୍ଲୁଡବ୍ଲୁଡବ୍ଲୁ.ଓରିସାରେଜଲ୍ଟ.ଏନଆଇସି.ଇନ ଏବଂ ସିଏଚଏସିଓଡିଶା.ଏନଆଇସି.ଇନ ୱେବସାଇଟରେ ଫଳାଫଳ ଉପଲବ୍ଧ ହେବ । ପରୀକ୍ଷାର୍ଥୀମାନେ ନିଜର ରୋଲ ନମ୍ବର ସାହାଯ୍ୟରେ ଫଳାଫଳ ଦେଖିପାରିବେ । ସେହିପରି କଳା ଏବଂ ଧନ୍ଦାମୂଳକ ବିଭାଗର ପରୀକ୍ଷାଫଳ ଅଗଷ୍ଟ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ।


Share It

Comments are closed.