କଟକରେ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ


କଟକରେ ବିଜୁ ସ୍ଵାସ୍ଥ୍ୟ ସ୍ମାର୍ଟ କାର୍ଡ ସେବା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାଲିଯାତ୍ରା ଉପର ପଡିଆ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କାର୍ଡ ବଣ୍ଟନ କରିଛନ୍ତି। ଏହା ଦ୍ଵାରା କଟକ ଜିଲ୍ଲାର ମୋଟ ୫ ଲକ୍ଷ ୬ ହଜାର ଲୋକେ ଉପକୃତ ହେବେ। ମହିଳାଙ୍କୁ ୧୦ ଲକ୍ଷ ଓ ପୁରୁଷଙ୍କୁ ୫ ଲକ୍ଷ ଟଙ୍କାର ହେଲ୍‌ଥ କଭରେଜ ମିଳିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକ ସହର ଓ ଗ୍ରାମାଞ୍ଚଳର ବିକାଶ ପାଇଁ ପ୍ରାୟ ୧୬ଶହ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ଆଜି ଏହି କାର୍ଯ୍ୟକ୍ରମରେ ଅନ୍ୟ ଅତିଥିଙ୍କ ଗହଣରେ ସ୍ଵାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ଓ ବଡ଼ମ୍ବା-ନରସିଂହପୁର ବିଧାୟକ ଦେବୀ ପ୍ରସାଦ ମିଶ୍ର ଯୋଗ ଦେଇଥିଲେ।


Share It

Comments are closed.