ଆଜି କେନ୍ଦ୍ରାପଡା, ଜଗତସିଂହପୁର ଓ ଭଦ୍ରକରେ ନବୀନ, ପାଣ୍ଡିଆନଙ୍କ ପ୍ରଚାର


ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଜମୁଛି ପ୍ରଚାର । ମୈଦାନକୁ ଓହ୍ଲାଇବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ବିଭିନ୍ନ ଦଳର ହେଭିୱେଟ୍ ନେତା । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡା, ଜଗତସିଂହପୁର ଗସ୍ତରେ ଯାଇ ଦଳୀୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଥମେ ସକାଳ ୧୦ଟା ୪୫ରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡାରେ ନିର୍ବାଚନୀ ସଭାରେ ଯୋଗଦେବେ । ପରେ ଦିନ ୧୨ଟାରେ ରାହାମ୍ବା ଏବଂ ୧୨ଟା ୫୫ମିନିଟରେ ଜଗତସିଂହପୁରରେ ନିର୍ବାଚନୀ ସଭାରେ ଯୋଗଦେବେ ।

ସେହିପରି ବରିଷ୍ଠ ବିଜେଡି ନେତା ଭିକେ ପାଣ୍ଡିଆନ ମଧ୍ୟ ଭଦ୍ରକ ଗସ୍ତରେ ଯାଇ ଅପରାହ୍ନରେ ବାସୁଦେବପୁର, ତିହିଡିରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ରୋଡ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି ।


Share It

Comments are closed.