ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି


ଭୁବନେଶ୍ବର, ୧୨ ମାର୍ଚ୍ଚ: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି।

ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ  ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫ ଦିନର ସାମୟିକ ଛୁଟି ଉପଭୋଗ କରିପାରିବେ।

ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ସୂଚନାଯୋଗ୍ୟ ଯେ ୯୦ ଦଶକରେ ମହିଳାମାନଙ୍କ ପାଇଁ ସରକାରୀ ଚାକିରିରେ ୩୩% ସ୍ଥାନ ସଂରକ୍ଷଣ ଭଳି ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିବାରେ ଓଡିଶା ଥିଲା ଦେଶର ପ୍ରଥମ ରାଜ୍ୟ।


Share It

Comments are closed.