ଦେଶରେ ହ୍ରାସ ପାଉଛି ସଂକ୍ରମଣ, ଗତ ୨୪ ଘଣ୍ଟାରେ ୨୯ ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ


ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୧୫ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୯୬୮୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୪୧୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୪ ଲକ୍ଷ ୪୦ହଜାର ୨୬୨ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୧ ହଜାର ୩୮୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୬ ଲକ୍ଷ ୨୧ ହଜାର ୪୬୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୯୮୧୦୦।


Share It

Comments are closed.