ଦେଶରେ ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗତ ୨୪ ଘଣ୍ଟାରେ ୨ ଲକ୍ଷରୁ କମ୍ ସଂକ୍ରମିତ ଚିହ୍ନଟ


ଦେଶରେ ଦୈନିକ ସଂକ୍ରମଣ ୨ ଲକ୍ଷ ତଳକୁ ଖସିଛି। ୨୪ ଘଣ୍ଟାରେ ୧ ଲକ୍ଷ ୮୬ ହଜାର ୩୬୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୫,୫୫,୪୫୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩,୬୬୦ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୧୮ ହଜାର ୮୯୫ରେ ପହଞ୍ଚିଛି। ଦିନକରେ ୨,୫୯,୪୫୯ ସୁସ୍ଥ ହୋଇଥିବା ବେଳେ ମୋଟ ୨,୪୮,୯୩,୪୧୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୦.୩୪% କୁ ବୃଦ୍ଧିପାଇଛି। ୨୩,୪୩,୧୫୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।


Share It

Comments are closed.