ଦେଶରେ ପୁଣି ବଢିଲା ସଂକ୍ରମଣର ହାର, ଗତ ୨୪ ଘଣ୍ଟାରେ ୪୪,୨୩୦ ଆକ୍ରାନ୍ତ ଚିହ୍ନଟ


ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୫୫ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୪୨୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୫୫୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୫ ଲକ୍ଷ ୭୨ହଜାର ୩୪୪ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୩ ହଜାର ୨୧୭ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୭ ଲକ୍ଷ ୪୩ ହଜାର ୯୭୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୫୧୫୫।


Share It

Comments are closed.