ଦେଶରେ ବଢିଚାଲିଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୬୭୮ କରୋନା ଆକ୍ରାନ୍ତ


ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୬୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୭ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୩୦୭୧୩ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୯ ଲକ୍ଷ ୮୩ ହଜାର ୧୬୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୫୪୫୪ଜଣ କରୋନାରେ ପ୍ରାଣ ହରାଇଛନ୍ତି ।


Share It

Comments are closed.