ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ


ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଗତ ୬ ଘଣ୍ଟା ଧରି ୧୮କିଲୋମିଟର ବେଗରେ ଗତି କରୁଛି ଏହି ଅବପାତ । ପାରାଦୀପର(Paradeep) ଦକ୍ଷିଣ ଭାଗରରେ ୩୮୦କିଲୋ ମିଟର ଦୂରରେ ଏହାର ଅବସ୍ଥିତି ରହିଛି। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର(Meteorological Centre, Bhubaneswar)। ବାଂଲାଦେଶ ଉପକୂଳ ଅତିକ୍ରମ କରିଛି ଏହି ଅବପାତ।

ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି । ବାଲେଶ୍ବର(balasore), ଭଦ୍ରକ, ଯାଜପୁର, କେନ୍ଦ୍ରାପଡା(Kendrapara), କଟକ, ଜଗତସିଂହପୁର ଏବଂ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ସେହିପରି ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ବର ଏବଂ ଭଦ୍ରକ(Bhadrak)ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାମାନଙ୍କୁ ଅରେଞ୍ଜ ଆଲର୍ଟ(Orange Alert) ଜାରି କରାଯାଇଛି । ସେପଟେ ବର୍ଷା ସହ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଫଳରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ଗତ କାଲିଠାରୁ ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।ସେପଟେ ପ୍ରବଳ ବର୍ଷା ଯୋଗୁ କୃଷକମାନେ ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି। ଧାନ ଚାଷ ସହ ବିଭିନ୍ନ ଫସଲ ନଷ୍ଟ ହୋଇପାରେ। ଏ ନେଇ ଅମଳ ଯୋଗ୍ୟ ହୋଇଥିବା ଧାନକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ଆଗୁଆ ପରାମର୍ଶ ଦିଆଯାଇଛି।


Share It

Comments are closed.