ପୁଣି ଖସିଲା ସୁନା ଦର, ଜାଣନ୍ତୁ କ’ଣ ରହିଛି


ସପ୍ତାହର ପ୍ରଥମ ଦିନ ଅର୍ଥାତ ଡିସେମ୍ୱର ୧୯ରେ ଦେଶରେ ସୁନା ମୂଲ୍ୟରେ ହ୍ରାସ ଘଟିଥିବାବେଲେ ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଅନ୍ୟପଟେ ଅନ୍ତର୍ଜାତୀୟ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ମୂଲ୍ୟରେ ସମାନ ସ୍ଥିତି ରହିଛି । ଯାହା ଫଳରେ ଘରୋଇ ବଜାରରେ ମୂଲ୍ୟବାନ ଧାତୁ ଦରରେ ହ୍ରାସ ଘଟିଛି । ଦେଶରେ ରବିବାର ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ସୋମବାର ୨୪ କ୍ୟାରେଟ ୧୦ ସୁନା ଦରରେ ୩୮୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୧୧୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୫୪,୪୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୯,୬୬୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୯,୯୫୦ ଟଙ୍କା ଥିଲା ।

ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ରୁପା ଦରରେ ୩୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେହିପରି ସୋମବାର ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୯୫୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୬,୯୩୦ ଟଙ୍କା ଥିଲା ।

ଅନ୍ୟପଟେ ସପ୍ତାହର ପ୍ରଥମ ଦିନ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଛି । ରବିବାର ଭୁବନେଶ୍ୱରରେ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପକ୍ଷେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୩୮୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୧୧୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୫୪,୪୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୯,୯୫୦ ଟଙ୍କା ଥିଲା ।

ସୋମବାର ଭୁବନେଶ୍ୱରରେ ରୁପା (Silver Price) ମୂଲ୍ୟରେ ବି ବୃଦ୍ଧି ଘଟିଛି । ରବିବାର ରାଜଧାନୀରେ ରୁପା ମୂଲ୍ୟ ସ୍ଥିର ରହିଥିଲା । ସେପଟେ ସୋମବାର ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୩୧୦ ଟଙ୍କା ରହିଛି । ଯାହା ରବିବାର ୭,୩୦୦ ଟଙ୍କା ଥିଲା ।
ଗହଣା ବଜାରର ଗଣିତକୁ ବୁଝନ୍ତୁ

ସୁନା-ରୁପାର ଯେଉଁ ଦାମ କୁହାଯାଇଛି, ତା’ ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।


Share It

Comments are closed.