୨୪ ଘଣ୍ଟା ମଧ୍ୟରେ ୭ଟି ଜିଲ୍ଲାରେ କାଳବୈଶାଖି ଆଶଙ୍କା, ୟୋଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର


ଆସନ୍ତା ଗୁରୁବାର ତଥା ୨୧ ତାରିଖ ଅପରାହ୍ନ ସୁଦ୍ଧା ଓଡିଶାର ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବି ଜ୍ଞାନ କେନ୍ଦ୍ର ଅନୁଯାୟୀ ଓଡିଶାର ଅନେକ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି ।

ଗୁରୁବାର ମଧ୍ୟାହ୍ନ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଗଂଜାମ, ପୁରୀ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ୭ଟି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛନ୍ତି ।


Share It

Comments are closed.