ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍, ମୋଟ୍ ୧୨ଟି ଗେଟ୍ ଦେଇ ଜଳ ହେଉଛି ନିଷ୍କାସନ


ଉପରମୁଣ୍ଡରେ ଲାଗି ରହିଛି ବର୍ଷା। ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ ଖୋଲାଯାଇଛି। ଏହାପରେ ମୋଟ୍ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦର ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ବର୍ତ୍ତମାନ ୬୨୮.୧୦ ଫୁଟ ଜଳସ୍ତର ରହିଛି।
ଉଲ୍ଲେଖଯୋଗ୍ୟ ଯେ, ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୭.୮୩ ଫୁଟ ରହିଥିଲା। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୨ ଲକ୍ଷ ୬୦ ହଜାର ୬୦୯ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାର ମଧ୍ୟରୁ ୧ ଲକ୍ଷ ୨୭ ହଜାର ୧୯୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିଲା।


Share It

Comments are closed.