କିପରି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ


ମେଷ: ସ୍ୱଜନ, ପ୍ରିୟଜନ, ବନ୍ଧୁ ଓ ପଡ଼ୋଶୀଙ୍କ ସହ ସୁସମ୍ପର୍କ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ବିଶେଷ କରି ପରିବହନ ବ୍ୟବସାୟରେ ଆଜି ଅଧିକ ସୁଫଳ ପାଇବେ । ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ-ଲାଲ୍‌, ସଂଖ୍ୟା: ୩, ଆରାଧନା: ମା’ ଚଣ୍ଡୀ ।

ବୃଷ: ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଭାବ ପ୍ରକାଶ ପାଇବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମରେ ଉନ୍ନତି ଦେଖାଦେବ । ଯେଉଁମାନଙ୍କର ମୃଗଶିରା ବୃଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୪, ଆରାଧନା: ମା’ ସମଲେଶ୍ୱରୀ ।

ମିଥୁନ: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ହେତୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିାଇପାରେ। ମନରେ ଅସ୍ଥିରତା, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ ସେମାନେ ସତର୍କ ହେବେ। ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

କର୍କଟ: ଶ୍ରୀଚନ୍ଦ୍ର, ଗୁରୁବାର ଯୋଗୁ ଧନ, ମାନ, ସମ୍ମାନ, ସୁଖାଦ୍ୟ, ସୁବସନ ପ୍ରାପ୍ତି ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ମା’ ଭୁବନେଶ୍ୱରୀ ।

ସିଂହ: ଅପବ୍ୟୟ, ଅପବାଦ ଓ ଅପଯଶରୁ ମୁକ୍ତ ହେବେ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଲୋପ ପାଇବ । ଖର୍ଚ୍ଚ କରିବାରେ ବହୁତ ଟାଳଟୁଳ ନୀତି ଅବଲମ୍ବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରିହବ ଏବଂ ଆର୍ଥିକ ସଙ୍କଟ ଦୂର ହେବ । କର୍ମରେ ସଫଳତା ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୬, ଆରାଧନା: ପ୍ରଭୁ ଗଜାନନ ।

କନ୍ୟା: ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ନୂତନ ଭୂମିକ୍ରୟ, ଭୂମିପୂଜା କିମ୍ବା ଗୃହାରମ୍ଭ କରିପାରନ୍ତି । କୌଣସି ଶୁଭକର୍ମରେ ଯୋଗଦେବେ କିମ୍ବା ନିଜର କୌଣସି ଶୁଭକର୍ମର ଆୟୋଜନ କରିବେ । କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂରହେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: କଫି, ସଂଖ୍ୟା: ୧୨, ଆରାଧନା: ମା’ ଛିନ୍ନମସ୍ତା ।

ତୁଳା: ଘାତବାର ଓ ଦଶମ ଚନ୍ଦ୍ର ହେତୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା: ପ୍ରଭୁ ଗାୟତ୍ରୀ।

ବିଛା: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ବିବାଦ, ଗୁରୁଜନଙ୍କ ସହ ମତାନ୍ତର, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ପୁରାତନ ବନ୍ଧୁଙ୍କ ସହ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ସ୍ଥିତି ବିଗିଡ଼ିିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା, ସମ୍ମାନ ହାନି ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୩, ଆରାଧନା: ପ୍ରଭୁ ହନୁମାନ ।

ଧନୁ: ଅଷ୍ଟମ ଚନ୍ଦ୍ର, ଚତୁର୍ଦ୍ଦଶୀ ତିଥି ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବା ହେତୁ ବାଦବିବାଦ, ସ୍ୱାସ୍ଥ୍ୟ, ଯାନବାହନ ଆରୋହଣ ଓ ଆର୍ଥିକ କାରବାର ବେଳେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ସହ ମତାନ୍ତର ଘଟିପାରେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୫, ଆରାଧନା: ମା’ ତାରା ।

ମକର: ସ୍ତ୍ରୀ ସୌଖ୍ୟ, ଅପରିଚିତ ମହିଳାଙ୍କଠାରୁ ସାହ୍ୟା, ସହୋଗ ଓ ଧନପ୍ରାପ୍ତି ହେବ । ପରିବାର ସହ କୌଣସି ଶୁଭକର୍ମରେ ଯୋଗ ଦେବେ କିମ୍ବା ନିଜର କୌଣସି ଶୁଭକର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ପଦର୍ମ୍ୟାଦା ଅତୁଟ ରହିବ । ମନ ପ୍ରଫୁଲ୍ଲ ରହିବ ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ଯେଉଁମାନଙ୍କର ଧନି । ଓ ଉତ୍ତରାଷାଢ଼ା ମକର ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୧୧, ଆରାଧନା : ମା’ କାଳୀ ।

କୁମ୍ଭ: ଘାତବାର ଓ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍‌ ରହିବ । ମନରେ ପ୍ରସନ୍ନତା, ପରିବାରରେ ମିତ୍ରତା, ଶରୀରରେ ସୁସ୍ଥତା, ସମସ୍ତଙ୍କ ସହ ବନ୍ଧୁତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଆପଣାଇବେ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା, ସହକର୍ମୀଙ୍କ ସହାୟତା ଏବଂ ଆପଣଙ୍କର ବାକ୍‌ ବିଚକ୍ଷଣତା ପ୍ରକାଶ ପାଇବ । ଯେଉଁମାନଙ୍କର ଧନି । ଓ ପୂର୍ବଭାଦ୍ର କୁମ୍ଭ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: କଳା, ସଂଖ୍ୟା : ୩, ଆରାଧନା: ମା’ ଦୁର୍ଗା ।

ମୀନ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ଏବଂ ଅପରାହ୍ନ ୪ଟା ୧୬ ମିନିଟ୍‌ ପରେ ଘାତ ନକ୍ଷତ୍ର ଯୋଗୁ ମନ ବିଷାଦଗ୍ରସ୍ତ ଓ ·ପଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ପ୍ରୟୋଗରେ ବିଫଳ ହେବେ ଏବଂ ସନ୍ତାନମାନେ ଅବଜ୍ଞା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ଉତ୍ତରଭାଦ୍ର ଓ ରେବତୀ ମୀନ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।


Share It

Comments are closed.