କିପରି କଟିବ ଆଜି ଆପଣଙ୍କର ଦିନ, ପଢନ୍ତୁ ରାଶିଫଳ


ମେଷ: ପରିବହନ ବ୍ୟବସାୟ ଆଜି ଅଧିକ ଲାଭଜନକ ହେବ ଏବଂ ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ। ଆର୍ଥିକ ଅବସ୍ଥା ସୁଦୃଢ଼ ହେବ ଏବଂ ନୂତନ ଯାନ, ଭୂମି କିମ୍ବା ମୂଲ୍ୟବାନ ଧାତୁ କ୍ରୟ କରିବେ। କର୍ମରେ ସଫଳତା, ସମ୍ମାନ ଏବଂ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ। ଯେଉଁମାନଙ୍କର ଅଶ୍ୱିନୀ କୃତ୍ତିକା ମେଷ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଧ୍ୟାନ ଦେବେ। ମହିଳାମାନେ ଆଭୂଷଣପ୍ରିୟା ହେବେ। ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୬, ଆରାଧନା-ମା’ ଚଣ୍ଡୀ।

ବୃଷ: ନୂତନ କର୍ମାରମ୍ଭ କରିବେ ଓ କୌଣସି ଶୁଭକର୍ମରେ ଯୋଗଦାନ କରିବେ। କର୍ମରେ ସଫଳତା ଏବଂ କର୍ମରେ ଉନ୍ନତି ଦେଖାଦେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ। ପରିବାରରେ ସୁଖ, ଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧାଭାବ ଜାଗ୍ରତ ହେବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ମନୋନିବେଶ କରିବେ। ମହିଳାମାନେ ସ୍ୱାଭିମାନୀ ହେବେ। ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧୨, ଆରାଧନା-ମା’ ସମଲେଶ୍ୱରୀ ।

ମିଥୁନ: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ହେତୁ ଧନକ୍ଷତି, ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ। କର୍ମରେ ବିଫଳତା ଏବଂ ବାଧାବିଘ୍ନ ଦେଖାଦେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା କରିବେ। ମହିଳାମାନେ ବଦଖର୍ଚ୍ଚି ହେବେ । ଶୁଭରଙ୍ଗ-ସବୁଜ, ଶୁଭସଂଖ୍ୟା-୪, ଆରାଧନା-ମା’ ଭୈରବୀ।

କର୍କଟ: ଶ୍ରୀଚନ୍ଦ୍ର ହେତୁ ଧନ, ମାନ, ସମ୍ମାନ ଓ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ। ସୁଖାଦ୍ୟ, ସୁବସନ ପ୍ରାପ୍ତି ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। କର୍ମରେ ସଫଳତା, ସମ୍ମାନ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଆମୋଦପ୍ରମୋଦରେ ମନଦେବେ । ମହିଳାମାନେ ପରିବାର ସେବାରେ ସମୟ ଦେବେ। ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୨, ଆରାଧନା-ମା’ ଭୁବନେଶ୍ୱରୀ।

ସିଂହ : ମନରୁ କୁଭାବନା, କୁଚିନ୍ତା ଲୋପ ପାଇବ ଏବଂ କୁସଙ୍ଗ ପରିତ୍ୟାଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ ଏବଂ ଅଯଥା ଖର୍ଚ୍ଚରୁ ତ୍ରାହି ପାଇବେ। କର୍ମରେ ସଫଳତା ଏବଂ କର୍ମ ଯେତେ ଅସାଧ୍ୟ ହେଲେ ମଧ୍ୟ ସେଥିରେ ସଫଳତା ପାଇବେ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ମିତବ୍ୟୟୀ ହେବେ । ଶୁଭରଙ୍ଗ-ଗୋଲାପୀ, ଶୁଭସଂଖ୍ୟା-୧୧, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ।

କନ୍ୟା: ଏକାଦଶ ଚନ୍ଦ୍ର ହେତୁ ଆୟ ଅଧିକ କରିବା ପାଇଁ ନୂତନ କଳା କୌଶଳ ଆପଣାଇବେ। ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ ଅର୍ଜିତ ଅର୍ଥକୁ ସତ୍‌ବାଟରେ ବିନିଯୋଗ କରିବେ। ନୂତନ ଭୂମିକ୍ରୟ କିମ୍ବା ଗୃହାରମ୍ଭ କରିବେ ଏବଂ କର୍ମରେ ସଫଳତା ଅଧିକ ମିଳିବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଧ୍ୟାନ ଦେବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୧୨, ଆରାଧନା-ମା’ ତ୍ରିପୁରସୁନ୍ଦରୀ।

ତୁଳା : କର୍ମରେ ଉନ୍ନତି ଏବଂ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଭାବ ଅଧିକ ରହିବ। ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ପାଇବେ ଏବଂ ଯେ କୌଣସି କାମ ଆରମ୍ଭ କରିବେ କିମ୍ବା ହାତକୁ ନେବେ ସେଥିରେ ଶତ ପ୍ରତିଶତ ସଫଳତା ମିଳିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ ମନରେ ଆତ୍ମସନ୍ତୋଷ ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ କର୍ମରେ ଉଦ୍‌ଯୋଗ କରିବେ । ମହିଳାମାନେ କର୍ମତତ୍ପର ହେବେ। ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୧୨, ଆରାଧନା-ପ୍ରଭୁ ଶ୍ରୀରାମ।

ବିଛା: ଘାତବାର ଓ କୃଷ୍ଣପକ୍ଷର ନବମ ଚନ୍ଦ୍ର ହେତୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଓ ମାନ, ସମ୍ମାନ ହାନି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ ଏବଂ ମନରେ ଅସ୍ଥିରତା ଭାବ ପ୍ରକାଶ ପାଇବ। କର୍ମରେ ବିଫଳତା ଓ ପଦସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ବିମୁଖ ହେବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ। ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୧୧, ଆରାଧନା-ପ୍ରଭୁ ସ୍କନ୍ଦ।

ଧନୁ: ଘାତବାର ଓ ଅଷ୍ଟମ ଚନ୍ଦ୍ର ହେତୁ ବାଦବିବାଦ, ସ୍ୱାସ୍ଥ୍ୟ, ଯାନବାହନ ଆରୋହଣ ଓ ଗ୍ୟାସ୍‌ ହିଟର ବ୍ୟବହାର କାଳରେ ସତର୍କ ହେବେ। ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନରେ କ୍ଷତି ହେବ। ଆର୍ଥିକ ସ୍ଥିତି ବିଗିଡ଼ିଯିବ। କର୍ମରେ ବିଫଳତା ଓ ବାଧାବିଘ୍ନ ଦେଖାଦେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରୁ ବିଚ୍ୟୁତ ହେବେ । ମହିଳାମାନେ ଉଦର ଯନ୍ତ୍ରଣା ଭୋଗିବେ। ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୫, ଆରାଧନା-ପ୍ରଭୁ ଗଜାନନ।

ମକର: ପରିବାର ସହିତ କୌଣସି ଶୁଭ କର୍ମରେ ଯୋଗଦାନ କରିବେ ଏବଂ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନରେ ଆୟ ଅଧିକ ହେବ ଏବଂ ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ । କର୍ମରେ ସଫଳତା, ସମ୍ମାନ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ । ଯେଉଁମାନଙ୍କର ଉତ୍ତରାଷାଢ଼ା ମକର ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୬, ଆରାଧନା-ମା’ ଚଣ୍ଡୀ।

କୁମ୍ଭ: ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନରେ ଆୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ। ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଉଚ୍ଚ ପଦବୀ ମିଳିପାରେ। ପରିବାରରେ ସୁଖ ଶାନ୍ତି ଓ ଦେହ ମନ ସୁସ୍ଥ ରହିବ। ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ ଉଚ୍ଚମନା ହେବେ। ମହିଳାମାନେ ସ୍ୱାଭିମାନୀ ହେବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୧୧, ଆରାଧନା-ମା’ ବିମଳା।

ମୀନ: ଘାତବାର ଓ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ହେତୁ ମାନସିକ ଦୁଶ୍ଚିନ୍ତା, ମାନ ସମ୍ମାନ ହାନି ଏବଂ ଇତର ଜନଠାରୁ ଅପମାନ ପାଇବେ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବହୁ ପରିଶ୍ରମରେ ସ୍ୱଳ୍ପ ଫଳ ମିଳିବ। ସନ୍ତାନମାନେ ଅବଜ୍ଞା କରିବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ। ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ। ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୭, ଆରାଧନା-ମା’ ତାରା।


Share It

Comments are closed.