କିପରି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ


ମେଷ ରାଶି:- ଘାତ ଚନ୍ଦ୍ର ଭୋଗ ହେତୁ ଦିନଟିରେ ଆପଣ ଜଗି ରଖି ଚଳନ୍ତୁ । ଅଯଥା କଳହଠାରୁ ଦୂରେଇ ରୁହନ୍ତୁ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଅଚିହ୍ନା ବ୍ୟକ୍ତିଙ୍କ ସହ ସମ୍ପର୍କ ବଢାନ୍ତୁ ନାହିଁ । ଠକାମିର ଶିକାର ହେବେ ।

ବୃଷ ରାଶି:- ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବଂ ସଫଳ ହେବେ । ଧନ ଲାଭର ଯୋଗ ରହିଛି । ବିଦେଶ ଯିବା ଲୋକ ଶୁଭ ଖବର ପାଇବେ । ସ୍ୱାସ୍ଥ୍ୟ ବଢିଆ ରହିବ ।

ମିଥୁନ ରାଶି:- ଆଜି ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ । କୌଣସି କାମ ସୁବିଧାରେ ହେବ ନାହିଁ । ପୂର୍ବରୁ ସାହାଯ୍ୟ କରିବାକୁ ପ୍ରତିଶୃତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍ ବଦାଇ ଅସହଯୋଗ କରିପାରନ୍ତି ।

କର୍କଟ ରାଶି:- ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।

ସିଂହ ରାଶି:- ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇ ପାରିବେ ।

କନ୍ୟା ରାଶି:- ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଅକସ୍ମାତ୍ ଧନପ୍ରାପ୍ତିର ଯୋଗ ରହୁଛି । ଛାତ୍ରଛାତ୍ରୀମାନେ ଲିଖନ ପଠନରେ ମନୋନିବେଶ କରିବେ ।

ତୁଳା ରାଶି:- ମାନସିକ ଶାନ୍ତି ବଜାୟ ରହିବ । ସୁଖ ସନ୍ତୋଷରେ ଦିନ କାଟିବେ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଭଗବାନ ଦର୍ଶନ ସହ ବନ୍ଧୁମିଳନର ଯୋଗ ରହୁଛି ।

ବିଛା ରାଶି:- ମାନସିକ ଅବସାଦ ଦେଖାଦେବ । କର୍ମ କ୍ଷେତ୍ରରେ କର୍ମ ଚାପ ବଢିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ପାରିବାରିକ ଜୀବନରେ ବୁଝାମଣାର ଅଭାବ ପରିଲକ୍ଷିତ ହେବ ।

ଧନୁ ରାଶି:- ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କର୍ମ କରି ସଫଳ ହେବେ । ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ମକର ରାଶି:- ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ । କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢିବେ । ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ ।

କୁମ୍ଭ ରାଶି:- ଦୃଢ ମନୋବଳ ନେଇ କାର୍ଯ୍ୟ କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ । ବ୍ୟବସାୟ ଉତ୍ତମ ହେବ । ପଡୋଶୀଙ୍କ ସହ ସମ୍ପର୍କ ମଧୁର ହେବ । ଆଶା ଓ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ । ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ ।

ମୀନ ରାଶି:- କର୍ତ୍ତବ୍ୟ ପରାୟଣା ହେବେ । ଉଚ୍ଚ ଆଶା ଫଳବତୀ ହେବ । କୌଣସି ଧାର୍ମିକ କାର୍ଯ୍ୟରେ ଯୋଗଦେବେ । ଗୁରୁଜନଙ୍କ ଆଶୀର୍ବାଦ ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଧର୍ମ କର୍ମ ସମ୍ପାଦନ କରିବେ । ସ୍ୱାସ୍ଥ୍ୟ ସଚେତନ ହେବେ । ପାରିବାରିକ ଜୀବନ ଶାନ୍ତି ପୂର୍ଣ୍ଣ ରହିବ ।


Share It

Comments are closed.