160×600
160×600

୨୪ଘଣ୍ଟାରେ ଦେଶରେ ୭୩,୨୭୨ କରୋନା ଆକ୍ରାନ୍ତ ଚିହ୍ନଟ


ଗତ କିଛି ଦିନ ହେଲା ଭାରତରେ କରୋନାର ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ସେପ୍ଟେମ୍ବର ମାସରେ ଦୈନିକ ସଂକ୍ରମଣ ସଂଖ୍ୟା ହାରାହାରି ୯୦ ହଜାର ଉପରେ ରହୁଥିବାବେଳେ ଏବେ ତାହା ନିୟମିତ ଭାବେ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ପ୍ରାୟ ୭୩ ହଜାର ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୯ ଲକ୍ଷରେ ପହଞ୍ଚିଛି। ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି। ଗତ ୨୪ ଘଣ୍ଟାରେ ୮୨,୭୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୨୬ଜଣଙ୍କ ମୃତ୍ୟୁ ଘଟିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୬୯,୭୯,୪୨୪ ରେ ପହଞ୍ଚିଛି । ଏହା ମଧ୍ୟରୁ ୮୮୩୧୮୫ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧୦୭୪୧୬କୁ ବୃଦ୍ଧି ପାଇଛି । ତେବେ ଭଲ ଖବର ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୫୯୮୮୮୨୨ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ଭାରତରେ ୭୩,୨୭୨ ନୂଆ ମାମଲା ସାମ୍ନାକୁ ଆସିଛି ଓ ୯୨୬ଜଣ ମୃତ୍ୟୁବରଣ କରିଛନ୍ତି ।

ଏହା ସହ ଦେଶରେ ଅକ୍ଟୋବର ୯ ପର୍ଯ୍ୟନ୍ତ ୮,୫୭,୯୮,୬୯୮ଟି ନମୁନା ପରୀକ୍ଷା ହୋଇଥିବା ବେଳେ ଗତକାଲି ୧୧,୬୪,୦୧୮ନମୁନା ପରୀକ୍ଷା କରାଯାଇଛି।


Share It

Comments are closed.