ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯୭୯ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୬୧୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ତଳକୁ ଖସିଛି । ୨୪ ଘଣ୍ଟା ମଧ୍ୟରେ ୯୭୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨ ଲକ୍ଷ ୭୯ ହଜାର ୩୩୧ରେ ପହଞ୍ଚିଛି।
देश में पिछले 24 घंटे में कोरोना वायरस की 17,21,268 वैक्सीन लगाई गईं, जिसके बाद कुल वैक्सीनेशन का आंकड़ा 32,36,63,297 हुआ। #CovidVaccine https://t.co/3aKo3o6A36
— ANI_HindiNews (@AHindinews) June 28, 2021
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୯୬ ହଜାର ୭୩୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୩ ଲକ୍ଷ ୯ ହଜାର ୬୦୭ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫୭୨୯୯୪।
Comments are closed.