ଦେଶରେ ୩ ଲକ୍ଷ ତଳକୁ ଖସିଲା ଦୈନିକ ସଂକ୍ରମଣ, ୪୧୦୬ ଜଣଙ୍କ ମୃତ୍ୟୁ


ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ତଳକୁ କମିଛି। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୮୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୧୦୬ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୮୧ ହଜାର ୩୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୧୦୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୪୯ ଲକ୍ଷ ୬୫ ହଜାର ୪୬୩ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୭୪ ହଜାର ୩୯୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୧୧ ଲକ୍ଷ ୭୪ ହଜାର ୦୭୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୫୧୬୯୯୭।


Share It

Comments are closed.