ଦେଶରେ ପୁଣି ଡରାଇଲାଣି କରୋନା ଜନିତ ମୃତ୍ୟୁ ସଂଖ୍ୟା, ଗତ ୨୪ ଘଂଟାରେ ଆଉ ୭୩୩ ମୃତ


ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୩୩ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୧୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୭୩୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୨ ଲକ୍ଷ ୩୧ ହଜାର ୮୦୯ରେ ପହଁଚିଛି ।


ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୬ ହଜାର ୩୮୬ରେ ପହଞ୍ଚିଛି । ଏବେ ଦେଶରେ ୧୬୦୯୮୯ ସକ୍ରିୟ ମାମଲା ରହିଛି । ୩୩୬୧୪୪୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


Share It

Comments are closed.