ଦେଶରେ ଜାରି ରହିଛି କରୋନାର ତାଣ୍ଡବ : ୨୪ ଘଂଟାରେ ପୁଣି ୧ ଲକ୍ଷ ୬୧ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ


ସ୍ଥିତି ଅସମ୍ଭାଳ । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଡିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଉଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୬୧ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୭୯ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୬୧ ହଜାର ୭୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୮ଶହ ଟପିଛି । ୨୪ ଘଣ୍ଟା ମଧ୍ୟରେ ୮୭୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୩୬ ଲକ୍ଷ ୮୯ହଜାର ୪୫୩ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୧ ହଜାର ୦୫୮ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୨୨ ଲକ୍ଷ ୫୩ ହଜାର ୬୯୭ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୨୬୪୬୯୮ ।


Share It

Comments are closed.