ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୦୫୫୧ କରୋନା ପଜିଟିଭ୍


ଉପରତଳ କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ କମିଲା ପରେ ପୁଣି ବଢିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି କାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୨୦ ହଜାର ଟପିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୦୫୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୩୫୩୬୪ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୪ ଲକ୍ଷ ୪୫ ହଜାର୬୨୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୬୦୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।


Share It

Comments are closed.