ଦେଶରେ ସଂକ୍ରମଣରେ ମାମୁଲି ହ୍ରାସ: ୨୪ ଘଂଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ ଚିହ୍ନଟ, ୪୦୭୭ ମୃତ


ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା କମିଛି। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୧୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୦୭୭ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାର ୧୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୦୭୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୪୬ ଲକ୍ଷ ୮୪ ହଜାର ୦୭୭ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୭୦ ହଜାର ୨୮୪ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୭ ଲକ୍ଷ ୯୫ ହଜାର ୩୩୫ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୬୧୮୪୫୮।


Share It

Comments are closed.