ଦେଶରେ ହ୍ରାସ ପାଉଛି ସଂକ୍ରମଣ: ଗତ ୨୪ ଘଂଟାରେ ୪୩ ହଜାରରୁ ଅଧିକ ପଜିଟିଭ ଚିହ୍ନଟ, ୬୪୦ ମୃତ


ଦେଶରେ କମିବାରେ ଲାଗିଛି କରୋନା ସଂକ୍ରମଣ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୪୦ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୩,୬୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୬୪୦ ଜଣଙ୍କ ମୃତ୍ୟୁ ଘଟିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୨ ହଜାର ୦୨୨ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୬ ଲକ୍ଷ ୬୩ ହଜାର ୧୪୭ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୯୯୪୩୬ ।


Share It

Comments are closed.