ସିଆଇଏସଏଫ୍ ବସ୍ ଉପରେ ଆତଙ୍କୀ ଆକ୍ରମଣ ; ଜଣେ ଯବାନ ସହିଦ, ୨ ଆହତ


ଜାମ୍ମୁର ଚଡ୍ଡା କ୍ୟାମ୍ପ ନିକଟରେ ଶୁକ୍ରବାର ସକାଳେ କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀ (ସିଆଇଏସଏଫ୍) ଯବାନଙ୍କ ବସ ଉପରକୁ ଆତଙ୍କବାଦୀ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ୧୫ ଜଣ ସିଆଇଏସଏଫ ଯବାନଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଉପରକୁ ଆତଙ୍କବାଦୀମାନେ ଗ୍ରେନେଡ ଆକ୍ରମଣ କରିଛନ୍ତି । ଏଥିରେ ଜଣେ ଯବାନ ସହିଦ ହୋଇଥିବା ବେଳେ ୨ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି ।
ସକାଳୁ କାର୍ଯ୍ୟରେ ଯୋଗଦେବାକୁ ଯାଉଥିବା ବେଳେ ଏହି ଆକ୍ରମଣ ହୋଇଥିବା ଜଣାପଡିଛି । ସହିଦ ହୋଇଥିବା ଯବାନ ଜଣକ ସିଆଇଏସଏଫର ଜଣେ ଏଏସଆଇ ବୋଲି କୁହାଯାଉଛି । ସିଆଇଏସଏଫ୍ ପକ୍ଷରୁ ପଲଟା ଆକ୍ରମଣରେ ଆତଙ୍କବାଦୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସିଆଇଏସଏଫର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ।


Share It

Comments are closed.