ଶପଥ ନେଲେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଜଷ୍ଟିସ୍‌ ୟୁ ୟୁ ଲଳିତ


ଶପଥ ନେଲେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି । ସୁପ୍ରିମକୋର୍ଟର ୪୯ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ୍‌ ୟୁ ୟୁ ଲଳିତ ଶନିବାର ଶପଥ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ତେବେ ସିଜେଆଇ ଭାବେ ଜଷ୍ଟିସ୍‌ ଲଳିତଙ୍କର କାର୍ଯ୍ୟକାଳ ମାତ୍ର ୭୪ ଦିନ ରହିବ । ନଭେମ୍ବର ୮ରେ ସେ ଅବସର ଗ୍ରହଣ କରିବେ ।


Share It

Comments are closed.