ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ କଙ୍ଗନା ରଣାୱତ: ପାରମ୍ପାରିକ ପୋଷାକରେ ପହଞ୍ଚିଲେ ଅଭିନେତ୍ରୀ, ଦେଖନ୍ତୁ ଫଟୋ


ଚାରିଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିବା ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଅଭିନେତ୍ରୀଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଛନ୍ତି। ଏହି ସମ୍ମାନ ପାଇବା ପାଇଁ ଦିଲ୍ଲୀରେ ପହଞ୍ଚିଥିବା କଙ୍ଗନା ଏକ ସୁବର୍ଣ୍ଣ ବେଜ ରଙ୍ଗର ରେଶମ ଶାଢ଼ୀ ପିନ୍ଧିଛନ୍ତି। ଏହି ବିଶେଷ ଦିନରେ ତାଙ୍କ ଭଉଣୀ ରଙ୍ଗୋଲି ଚାନ୍ଦେଲ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ।


ଅନ୍ୟପଟେ ଗାୟକ ଅଦନନ୍ ସାମିଙ୍କୁ ମଧ୍ୟ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଏହି ଉତ୍ସବରେ ଅଦନନ୍ ସାମି ଏକ କଳା ଶେରୱାନି ପିନ୍ଧିଥିଲେ । ଶ୍ରେଷ୍ଠ ଅଭିନେତ୍ରୀ ପାଇଁ କଙ୍ଗନା ରାଣାୱତଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା। କଙ୍ଗନା ତାଙ୍କର ଦୁଇଟି ଚଳଚ୍ଚିତ୍ର ‘ମାଣିକର୍ଣ୍ଣିକା’ ଏବଂ ‘ପଙ୍ଗା’ ପାଇଁ ଏହି ପୁରସ୍କାର ଗ୍ରହଣ କରିଥିଲେ ।


Share It

Comments are closed.