ଲୋକସେବା ଭବନରେ ଶହୀଦ ଦିବସ ପାଳନ ପରିପ୍ରେକ୍ଷୀରେ ନୀରବ ପ୍ରାର୍ଥନା


ଭୁବନେଶ୍ୱର : ଲୋକସେବା ଭବନରେ ଆଜି ଶହୀଦ୍ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ତଥା ପର୍ଯ୍ୟଟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାରଙ୍କ ସମେତ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇ ଜାତିର ଜନକ ମହାତ୍ମାଗାନ୍ଧି ଏବଂ ଆମ ଦେଶର ସ୍ୱାଧୀନତା ସଂଗ୍ରାମରେ ପ୍ରାଣବଳି ଦେଇଥିବା ଅଗଣିତ ସ୍ୱାଧୀନତା ସଂଗ୍ରାମୀ, ଦେଶପ୍ରେମୀ, ଓ ଅମର ଶହୀଦଙ୍କ ଉଦ୍ଦେଶ୍ୟରେ ୨ ମିନିଟ୍ ନୀରବ ପ୍ରାର୍ଥନା କରିଥିଲେ । ଏହି ସମୟରେ ଉପସ୍ଥିତ ଥିବା କୃଷି ଓ କୃଷକ ସଶକ୍ତିକରଣ ତଥା ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢ଼ୀ, ବିଜ୍ଞାନ ଓ କାରିଗରୀ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଆରୁମୁଗମ, କୃଷି ବିଭାଗ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀଙ୍କ ସମେତ ଲୋକସଭା ଭବନସ୍ଥିତ ଅନ୍ୟ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ନୀରବ ପ୍ରାର୍ଥନା କରିଥିଲେ ।


Share It

Comments are closed.