ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଅର୍ପଣ


ଭୁବନେଶ୍ୱର, ତା.୧୭.୧୨.୨୦୨୩- ଓଡ଼ିଶାର ବରପୁତ୍ର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ ପାୱାରହାଉସ ଛକଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ମୟୁରଭଞ୍ଜ ସାଂସ୍କୃତିକ ସଂସଦ, ଭୁବନେଶ୍ୱରଙ୍କ ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସଂସଦର ସାଧାରଣ ସମ୍ପାଦକ ଡଃ ରଜନୀକାନ୍ତ ବିଶ୍ୱାଳ,ସଂସଦର ପରାମର୍ଶଦାତା ଶ୍ରୀ ଅରୁଣ ରଥ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ମହାରାଜାଙ୍କ ସ୍ମୃତିଚାରଣ କରିଥିଲେ ।

ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଉତ୍କଳ ସମ୍ମିଳନୀ କର୍ମକର୍ତ୍ତା, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ ମୟୁରଭଞ୍ଜ ସାଂସ୍କୃତିକ ସଂସଦର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।


Share It

Comments are closed.