ଦେଶରେ ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ; ସାଢ଼େ ୪ ହଜାର ଟପିଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା


ଦେଶରେ ଲଗାତର ବଢୁଛି କରୋନା ସଂକ୍ରମଣ । ଗତକାଲି ତୁଳନାରେ ପୁଣି ଆଜି ଦେଶରେ ସଂକ୍ରମଣ ମାମଲା ଅଧିକ ଆସିଛି । ଫଳରେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ଟପିଛି । ଦେଶରେ ମୋଟ୍‌ ୨୫, ୭୮୨ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ବେଳେ ଗତ ୨୪ ଘଣ୍ଟାରେ ଆଉ ୪ହଜାର ୫୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ଆଉ ୨ହଜାର ୭୭୯ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଦେଶରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ଯୋଗୁ ଆଉ ୯ଜଣଙ୍କ ମୃତ୍ୟୁ ହୋଇଛି । ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଉଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୪ ହଜାର ୭୦୧ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୬,୩୦,୮୫୨ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୪.୧୨ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।


Share It

Comments are closed.