ଆଜି ନାମାଙ୍କନ ଭରିବେ ବିରୋଧୀ ମେଣ୍ଟ ପ୍ରାର୍ଥୀ ମାର୍ଗାରେଟ ଆଲଭା


ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ନାମାଙ୍କନର ଶେଷ ଦିନ ରହିଛି । ଶେଷ ଦିନ ତଥା ମଙ୍ଗଳବାର ନାମାଙ୍କନ ଭରିବେ ବିରୋଧୀ ମେଣ୍ଟ ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ ଆଲଭା । ମାର୍ଗାରେଟ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କ ବିପକ୍ଷରେ ପ୍ରାର୍ଥୀ ହୋଇଛନ୍ତି ।

ସୋମବାର ଧନଖଡ଼ ପ୍ରଧାନମନ୍ତ୍ରୀଙ୍କ ସମେତ ବରିଷ୍ଠ ନେତାଙ୍କ ଗହଣରେ ଯାଇ ନାମାଙ୍କନ ଭରିଥିଲେ । କଂଗ୍ରେସର ବରିଷ୍ଠ ନେତ୍ରୀ ମାର୍ଗାରେଟ ଆଲଭା ପୂର୍ବରୁ ଗୋଆ, ଗୁଜୁରାଟ, ଏବଂ ଉତ୍ତରାଖଣ୍ଡ ରାଜ୍ୟପାଳ ଥିଲେ । ତାଙ୍କୁ କଂଗ୍ରେସ, ତୃଣମୂଳ କଂଗ୍ରେସ, ବାମଦଳ, ଆରଜେଡି, ସମାଜବାଦୀ ପାର୍ଟି, ଏନସିପି ସମେତ ସମସ୍ତ ପ୍ରମୁଖ ବିରୋଧୀ ଦଳର ନେତା ଏକାଠି ହୋଇ ପ୍ରାର୍ଥୀ କରିଛନ୍ତି।

ବର୍ତ୍ତମାନ ଉପରାଷ୍ଟ୍ରପତି ଥିବା ଏମ୍ ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଆସନ୍ତା ଅଗଷ୍ଟ ୧୦ରେ ଶେଷ ହେଉଛି । ଏହା ପୂର୍ବରୁ ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ ।


Share It

Comments are closed.