ରାଜ୍ୟରେ ପୁଣି ୧୩୨୦ ନୂଆ ଆକ୍ରାନ୍ତ ଚିହ୍ନଟ


କରୋନା ଯେ ଏତେ ଦ୍ରୁତ ଗତିରେ ମାଡ଼ିପାରେ, ତାହା ଜୁଲାଇ ମାସର ପଜିଟିଭ୍‌ ସଂଖ୍ୟା ବୁଝାଇ ସାରିଲାଣି । ଆକଳନଠାରୁ ଆହୁରି ଭୟାନକ ରୂପ ନେବାରେ ଲାଗିଛି ଏହି ମାରାତ୍ମକ ମହାମାରୀ । କରୋନା ଏବେ ପୂରା ଶିଖରରେ । ଭୟଙ୍କର ଭାବେ ଡରାଇଲାଣି । କରୋନା ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଉଥିବାରୁ ସରକାର ବି ଚିନ୍ତାରେ । ଆଜି ରାଜ୍ୟରେ ୧୩୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୮୮୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୪୩୩ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୦୧୩ କୁ ବୃଦ୍ଧି କରିଛି ।  ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୨୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୪୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୯୦ଜଣ, ଗଞ୍ଜାମ ଜିଲ୍ଲାରୁ ୫୬୦ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨୩ଜଣ, ଝାରସୁଗୁଡା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩୯ଜଣ, କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୪ଜଣସ କୋରାପୁଟ ଜିଲ୍ଲାରୁ ୩୦ଜଣ, ନୟାଗଡ଼ ଜିଲ୍ଲାରୁ ୩୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୯୦ଜଣ, ରାୟଗଡ଼ା ଜିଲ୍ଲାରୁ ୬୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୦୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟଙ୍କ ମଧ୍ୟରୁ ୮୬୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୨୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୪୬୩୧୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।


Share It

Comments are closed.