ଓଡିଶା ଜଗରନଟ୍ସ ଓ ଚେନ୍ନାଇ କ୍ୱିକ ଗନ୍ସ ମଧ୍ୟରେ ମ୍ୟାଚ ପୁଣି ଟାଇ


କଟକ,୨ ଜାନୁଆରୀ ୨୦୨୪: ଅଲ୍ଟିମେଟ ଖୋ ଖୋ ସିଜନ ୨ରେ ଆଜି କଟକର ଜୱାହାରଲାଲ ନେହେରୁ ଷ୍ଟାଡିୟମରେ ଖେଳାଯାଇଥିବା ୧ମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିଅନ ଓଡିଶା ଜଗରନଟ୍ସ ଓ ଚେନ୍ନାଇ କ୍ୱିକ ଗନ୍ସ ମଧ୍ୟରେ ଏକ ରୋମାଂଚକର ପ୍ରଦର୍ଶନ ଦେଖିବାକୁ ମିଳିଛି । ଚେନ୍ନାଇର ରାମଜୀ କଶ୍ୟପଙ୍କ ସ୍କାଏ ଡାଇଭ କାରଣରୁ ଏହି ମ୍ୟାଚ ୩୦-୩୦ ପଏଂଟରେ ଟାଇ ରହିଛି । ଶେଷ ମୂହୁର୍ତରେ ମାତ୍ର ୩ ସେକେଣ୍ଡ ପୂର୍ବରୁ ରାମଜୀ କଶ୍ୟପ ଗୋଟିଏ ପଏଂଟ ହାସଲ କରି ଚେନ୍ନାଇ କ୍ୱିକ ଗନ୍ସକୁ ପରାଜିତ ହେବାରୁ ବଂଚାଇ ଦେଇଥିଲେ । ଚଳିତ ସିଜନରେ ଉଭୟ ଟିମ ୨ୟ ଥର ପାଇଁ ଟାଇ ଖେଳିଛନ୍ତି । ଏହି ମ୍ୟାଚ ପରେ ଚେନ୍ନାଇ ପଏଂଟ ତାଲିକାରେ ପ୍ରଥମ ସ୍ଥାନରେ ରହିଛି ।

ଖୋ ଖୋ ଫେଡେରେଶନ ଅଫ୍ ଇଣ୍ଡିଆ ସହ ସହଭାଗିତାରେ ଅମିତ ବର୍ମନ୍‌ଙ୍କ ଦ୍ୱାରା ପରିକଳ୍ପିତ ଅଲ୍ଟିମେଟ୍ ଖୋ ଖୋ ପ୍ରଥମ ସଂସ୍କରଣରେ ଏକ ବଡ ସଫଳତାରେ ପରିଣତ ହୋଇଥିଲା, ଯାହାକି ଟେଲିଭିଜନ ଭ୍ୟୁୟର୍‌ସିପ୍ ଦୃଷ୍ଟିରୁ ଭାରତର ୩ୟ ସର୍ବବ୍ୟହତ୍ ଅଣ-କ୍ରିକେଟ୍ ଲିଗ୍ ଭାବେ ଉଭା ହୋଇଛି । ଏହା ୟୁକେ ସ୍ଥିତ ବିଏନ୍‌ପି ଗ୍ରୁପ୍ ସୌଜନ୍ୟରେ ଏହା ସିରିଜ୍ ଏ ଫଣ୍ଡିଙ୍ଗ୍ ପ୍ରାପ୍ତ କରିଥିବା ପ୍ରଥମ ଇଣ୍ଡିଆନ୍ ସ୍ପୋର୍ଟସ୍ ଲିଗ୍ ହେବାର ସ୍ୱତନ୍ତ୍ରତା ହାସଲ କରିଥିଲା । ଏହାର ୨ୟ ସଂସ୍କରଣରେ ପଏଂଟ ବ୍ୟବସ୍ଥାରେ ଏକସମାନତା ପ୍ରଚଳନ କରାଯାଇଛି ଯେଉଁଥିରେ ଦଳଗୁଡ଼ିକୁ ସମସ୍ତ ଆକ୍ରମଣାତ୍ମକ ପଦକ୍ଷେପ ପାଇଁ ଦୁଇ ପଏଂଟ ଦାୟୀ କରାଯିବ । ସେହିପରି ପ୍ରତିଦିନ ସନ୍ଧ୍ୟା ୭ଟା ୩୦ ମିନିଟ୍‌ରୁ ଆରମ୍ଭ ହେଉଥିବା ଦୁଇଟି ମ୍ୟାଚ୍ର ଲାଇଭ୍ କଭରେଜ ସହିତ ସିଜନ୍ ୨ର ଉତ୍ସାହଜନକ ଆକ୍ସନ ସୋନି ସ୍ପୋର୍ଟସ୍ ନେଟ୍‌ୱର୍କର ଚ୍ୟାନେଲ ଓ ସୋନି ଲିଭ୍‌ରେ ଟେଲିକାଷ୍ଟ ବା ପ୍ରସାରିତ ହେବ ।

ଆଜିର ୧ ମ୍ୟାଚରେ ଓଡ଼ିଶା ଜଗରନଟ୍ସ ଦଳରେ ଦିଲୀପ ଖଣ୍ଡଭି, ଦୀପେଶ ମୋରେ, ଗୌତମ ଏମକେ, ବିଶାଲ, ଓମକାର ସୋନାୱାନେ, ରୋହନ ଶିଙ୍ଗାଡେ, ଅକ୍ଷୟ ମାସାଲ, ମହେଶା ପି, ମନୋଜ ପାଟିଲ, ଅବିନାଶ ଦେଶାଇ, ମନୋଜ କୁମାର, ବିଶାଗ ଏସ, ଦେବେନ୍ଦ୍ର ନାଥ, ନିଖିଲ କୁମାର, ବିଶାଲ ଓରାମ, ସଞ୍ଜୟ କୁମାର ଭି, ଦୀପକ କୁମାର ସାହୁ, ନିଖିଲ ବି, ଏମଡି ମିରାଜୁଲ, ସୁଶାନ୍ତ କଲଧୋନ, ସୋଭାଗ ଭି ଶ୍ରୀଗଣ୍ଡା, ନିରଞ୍ଜନ ସାମଲ, ସବୀର ଅହମ୍ମଦ, ସୁରେଶ କୁମାର ଓ ସିଦ୍ଧେଶ୍ୱର ଟୁଡୁ ଆଦି ସାମିଲ ଥିଲେ । ସେହିପରି ଚେନ୍ନାଇ କ୍ୱିକ୍ ଗନ୍ସରେ ଅମିତ ପାଟିଲ, ମଦନ, ରାମଜୀ କଶ୍ୟ, ଲକ୍ଷ୍ମଣ ଗାୱାସ, ଆଦର୍ଶ ମୋହିତେ, ସଚିନ ଭର୍ଗୋ, ଜୋରା ସୁରଜ, ସୁରଜ ଲାଣ୍ଡେ, ଆଦିତ୍ୟ କୁଡାଲେ, ଦୁର୍ଭେଶ ସାଲୁଙ୍କେ, ଚନ୍ଦୁ ଚାଭରେ, ଆକାଶ କଦମ, ନରେନ୍ଦ୍ର କାଟକାଟେ, ମୁସ୍ତାଫା ବାଗୱାନ, ଅର୍ଜୁନ ସିଂ, ବିଜୟ ସିନ୍ଦେ, ଆଶିଷ ପଟେଲ, ଏମ ମୁଗିଲାନ, ଆକାଶ ବାଲିୟାନ, ସୁମନ ବର୍ମନ, ପବନ କୁମାର ଓ ଗିରି ଏସ ଆଦି ସାମିଲ ଥିଲେ ।


Share It

Comments are closed.