ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ


୨୦୨୪ ଜାନୁଆରୀ ୧ରୁ ୨୦୨୮ଡିସେମ୍ବର ୩୧ପର୍ଯ୍ୟନ୍ତ ଅବଧି ବଢିଲା
୧୦ ଲକ୍ଷ ହିତାଧିକାରୀ ମାସକୁ ୫ କେଜି ଲେଖାଏ ମାଗଣା ଚାଉଳ ପାଇବେ

ଖର୍ଚ୍ଚ ହେବ ୧୨୫୦ କୋଟି, ବହନ କରିବେ ରାଜ୍ଯ ସରକାର

ଭୁବନେଶ୍ୱର : ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି।


ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି। ଯୋଜନାର ଅବଧି ଆଉ ୫ ବର୍ଷ ବଢିବା ଦ୍ୱାରା ଏହି ହିତାଧିକାରୀମାନେ ୨୦୨୪ ଜାନୁଆରୀ ୧ ଠାରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ।


ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ। ରାଜ୍ୟର ଜଣେବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନହୁଏ ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।


Share It

Comments are closed.