ଆରପାରିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ପତ୍ନୀ ସୁଶୀଲା ଦେବୀ


ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କର ପରଲୋକ ଘଟିଛି । ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ସୁଶୀଳା ଦେବୀଙ୍କ ପରଲୋକ ହୋଇଛି। ଗତକାଲି ବିଳମ୍ବିତ ରାତିରେ ସୁଶୀଳା ଦେବୀଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି। ନଭେମ୍ବର ଏକ ତାରିଖରେ କୋରୋନାରେ ଆକ୍ରାନ୍ତ ହୋଇ ସୁଶୀଳା ଦେବୀ ଚିକିତ୍ସାଧୀନ ଥିଲେ। ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଧର୍ମପ୍ରାଣ ଓ ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟପାଳ ଓ ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ଜଣାପଡିଛି।


Share It

Comments are closed.