ଓଲିଉଡ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର


ଓଲିଉଡ କଣ୍ଠଶିଳ୍ପୀ ତପୁ ମିଶ୍ର କରୋନାରେ ଆକ୍ରାନ୍ତ ହୋଇ ଗତ କିଛିଦିନ ହେବ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି । ତାଙ୍କର ଅକ୍ସିଜେନ୍‌ ଲେବୁଲ୍‌ କମି ଯାଇଥିବାରୁ ତାଙ୍କୁ ଅକ୍ସିଜେନ୍‌ ଦିଆଯାଉଛି । ଏବେ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି । ତାଙ୍କୁ ଆଇସିୟୁରେ ରଖାଯାଇ ଚିକିତ୍ସା ଜାରି ରହିଥିବା ତପୁଙ୍କ ନିକଟ ସମ୍ପର୍କୀୟ ସୂଚନା ଦେଇଛନ୍ତି ।

ସେ ଗତ ୨୬ ଦିନ ହେଲା ଚିକିତ୍ସିତ ହେଉଛନ୍ତି । ପ୍ରଥମେ ଗୋଟିଏ ହସ୍ପିଟାଲ୍‌ରେ ୬ଦିନ ଚିକିତ୍ସା ପରେ ଆଉ ଏକ ହସ୍ପିଟାଲ୍‌କୁ ଚିକିତ୍ସା ଲାଗି ସ୍ଥାନାନ୍ତର ହୋଇଥିଲେ । ସେ ଗୁରୁତର ହୋଇପଡ଼ିଥିବା ଖବର ଆସିବା ପରେ କଳାକାରମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରି ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।


Share It

Comments are closed.