କରୋନାରେ ଆଖି ବୁଜିଲେ ଆଉ ୧୦ ଜଣ, ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି


ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ମୃତ ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୭୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୭୦୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୫୭୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୩୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୦୦୫୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।


Share It

Comments are closed.