ପୁଣି ଖସିଲା ଅଶୋଧିତ ତୈଳ ଦର, ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ’ଣ ରହିଛି


ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ହ୍ରାସ ରେକର୍ଡ କରାଯାଇଛି । ସେପଟେ ଆଜି (ଗୁରୁବାର) ଅର୍ଥାତ ଡିସେମ୍ୱର ୨୯ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରିଦେଇଛନ୍ତି । ଦେଶରେ ୨୧୯ ଦିନ ହେବ ପେଟ୍ରୋଲ ଓ ଡିଜେଲ (Petrol-Diesel Price) ରେ କିଛି ପରିବର୍ତ୍ତନ ଘଟିନାହିଁ । ଆଜି ସକାଳେ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୮୩.୨୬ ଡଲାରକୁ ଖସି ଆସିଛି । ସେହିପରି ଡବ୍ଲୁଟିଆଇ ବ୍ୟାରେଲ ପିଛା ୭୮.୬୦ ଡଲାରକୁ ଖସି ଆସିଛି ।

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୭୩ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୮ ଟଙ୍କା ଥିଲା । ସେହିପରି ହାଇଦ୍ରାବାଦରେ ପେଟ୍ରୋଲ ଦର ୧୦୯.୬୬ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଦର ୧୦୧.୯୪ ଟଙ୍କା ରହିଛି ।

ଆଜି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଆଜି ଡିଜେଲ ଲିଟର ପିଛା ୯୪.୩୩ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୭୫ ଟଙ୍କା ଥିଲା । ସେପଟେ ହାଇଦ୍ରାବାଦରେ ଡିଜେଲ ମୂଲ୍ୟ ୯୭.୮୨ ଟଙ୍କା ଥିବାବେଳେ ବେଙ୍ଗାଲୁରୁରେ ୮୭.୮୯ ଟଙ୍କା ରହିଛି ।
ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।
ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।


Share It

Comments are closed.