ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ପୂର୍ବରୁ ଜଗା ଦର୍ଶନ କଲେ ଦୁଇ କେନ୍ଦ୍ରମନ୍ତ୍ରୀ


ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ପୂର୍ବରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଆଶିର୍ବାଦ ନେଇଛନ୍ତି। ବନ୍ଦେ ଭାରତ ଏକ୍ସପ୍ରେସର ସଫଳତା ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଶ୍ରୀମନ୍ଦିର ନିକଟରେ ଭବ୍ଯ ସ୍ୱାଗତ କରାଯାଇଥିଲା। ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ କରାଯାଇଥିଲା। ଦର୍ଶନ ସାରି ଫେରିବା ସମୟରେ ରଥଖଳାକୁ ଯାଇ ରଥଚକକୁ ମୁଣ୍ଡିଆ ମାରି ଆଶିର୍ବାଦ ନେଇଥିଲେ।


Share It

Comments are closed.