ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ଦ୍ରୌପଦୀ ମୁର୍ମୁ


ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ଏନଡିଏ ପକ୍ଷରୁ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ ଦ୍ରୌପଦୀ ମୁର୍ମୁ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୁଖ ଉପସ୍ଥିତ ରହିବେ। ଏନେଇ ମୁର୍ମୁ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ବିଜେପି ଶାସିତ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ ହେବେ। ଏହାବ୍ୟତୀତ ଓଡିଶା ବିଜେପିର ୧୦ ଜଣ ବିଧାୟକ ମଧ୍ୟ ଉପସ୍ଥିତ ରହିବା ନେଇ ସୂଚନା ମିଳିଛି।
ପ୍ରାର୍ଥିପତ୍ର ଦାଖଲ ସମୟରେ ଉପସ୍ଥିତ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ନିମନ୍ତ୍ରଣ କରିଥିଲେ। ମାତ୍ର ସେ ଏବେ ବିଦେଶ ଗସ୍ତରେ ଥିବାରୁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ମଧ୍ୟ ଦୁଇ କ୍ୟାବିନେଟ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ଉପସ୍ଥିତ ରହିବେ। ଏଥିପାଇଁ ଦୁଇ ମନ୍ତ୍ରୀ ଦିଲ୍ଲୀରେ ପହଞ୍ଚି ମୁର୍ମୁଙ୍କ ପ୍ରାର୍ଥୀପତ୍ରରେ ପ୍ରସ୍ତାବକ ଭାବେ ସ୍ୱାକ୍ଷର କରିଛନ୍ତି।
ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଦ୍ରୌପଦୀ ମୁର୍ମୁ ଗତକାଲି(ଗୁରୁବାର), ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାନମନ୍ତ୍ରୀ ମୋଦୀ, ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ତାଙ୍କୁ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୀତ କରିଥିବାରୁ ସମସ୍ତଙ୍କୁ କୃତଜ୍ଞତା ଜଣାଇଥିଲ।


Share It

Comments are closed.