ଆସୁଛି ବଡ଼ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କଲା ପାଣିପାଗ ବିଭାଗ


ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି, ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୧୬ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି, ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୧୬ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୧୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର(Bay of Bengal) ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଏହା ପ୍ରଭାବରେ ଆସନ୍ତା କାଲି ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବିଶେ‌ଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ(Puri), ଜଗତସିଂହପୁର ଆଦି ଅଞ୍ଚଳର କେତେକ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ୧୬ ତାରିଖରେ ରାଜ୍ୟରେ ଏହାର ପ୍ରଭାବ ସାମାନ୍ୟ ବୃଦ୍ଧି ପାଇବା ସହ ୧୭ରେ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ(Cuttack) ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଭଦ୍ରକ(Bhadrak), ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ(Ganjam), ଗଜପତି, ‌ଢେଙ୍କାନାଳ ଓ ମୟୂରଭଞ୍ଜ(Mayurbahnj) ଜିଲ୍ଲାର କେତେକାଂଶରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ(Yellow Warning) ଜାରି ହୋଇଛି। ସେହିଭଳି ୧୭ ତାରିଖ ଦିନ ମଧ୍ୟ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ(Puri) ଓ ଢେଙ୍କାନାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।


Share It

Comments are closed.