ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ


ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ। ଖାଲି ପଡ଼ିଥିବା ୩ଟି ଆସନ ପାଇଁ ବିଧାନସଭାର ରିଟର୍ଣ୍ଣିଂ ଅଫିସ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୩୧ ହେଉଛି ନାମାଙ୍କନ ଦାଖଲର ଶେଷଦିନ । ଆସନ୍ତା ଜୁଲାଇ ପହିଲାରେ ଓଡ଼ିଶାର ୩ ରାଜ୍ୟସଭା ଆସନ ଖାଲି ହେବ । ଏହି ଦିନ ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ଏନ୍‌. ଭାସ୍କର ରାଓ, ଡକ୍ଟର ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରିବ । ଏହି ୩ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।


Share It

Comments are closed.