ଛାତିରେ ଯନ୍ତ୍ରଣା ଯୋଗୁଁ ହସ୍ପିଟାଲରେ ଭର୍ତ୍ତି ହେଲେ ରାଷ୍ଟ୍ରପତି ଶ୍ରୀ କୋବିନ୍ଦ


ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଆଜି ସକାଳେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଆଜି ସକାଳେ କୋବିନ୍ଦଙ୍କ ଛାତିରେ ଯନ୍ତ୍ରଣା ଅନୁଭବ ହେବା ହେତୁ ତାଙ୍କୁ ତୁରନ୍ତ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହା ପରେ ତାଙ୍କର ରୁଟିନ ଚେକଅଫ କରାଯାଇଛି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବାର ଜଣାପଡିଛି । ଆର୍ମି ହସ୍ପିଟାଲ ପକ୍ଷରୁ ଜାରି କରାଯାଇଥିବା ସୂଚନା ମୁତାବକ, ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟବସ୍ଥା ତଦାରଖ କରାଯାଉଛି ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି ।
ଏହି ମଧ୍ୟରେ ପ୍ରଧାନମନ୍ତ୍ରୀ ଫୋନ କରି ତାଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି । ପ୍ରଧାମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ସୂଚନା ମୁତାବକ, ଶ୍ରୀ କୋବିନ୍ଦଙ୍କ ପୁଅଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟ ସଂପର୍କରେ ପଚାରି ବୁଝିଛନ୍ତି ଏହା ସହ ତାଙ୍କ ଶୀଘ୍ର ଆରୋଗ୍ୟ ପାଇଁ କାମନା କରିଛନ୍ତି । ପ୍ରକାଶ ଥାଉକି, ରାମନାଥ କୋବିନ୍ଦ କିଛି ଦିନ ପୂର୍ବରୁ କରୋନା ଭ୍ୟାକସିନର ପ୍ରଥନ ଡୋଜ ଗ୍ରହଣ କରିଥିଲେ ।


Share It

Comments are closed.