ରାଜ୍ୟସ୍ତରୀୟ ମତ୍ସ୍ୟ – ପ୍ରାଣୀ ସମାବେଶ-୨୦୨୪


ଭୁବନେଶ୍ୱର: ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଆନୁକୂଲ୍ୟରେ ଫେବୃଆରୀ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ଵର ଜନତା ମଇଦାନଠାରେ ତିନିଦିନିଆ ରାଜ୍ୟସ୍ଥରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ – ୨୦୨୪ର ଆୟୋଜନ ହେଉଛି । ଏହି ଉପଲକ୍ଷେ ଆୟୋଜିତ ପ୍ରଦର୍ଶନୀ ମଣ୍ଡପରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ସରକାରଙ୍କ ଫ୍ଲାରସିପ୍ ଯୋଜନା ସମେତ ବିଭିନ୍ନ କଲ୍ୟାଣକାରୀ ଯୋଜନା ଓ କାର୍ଯ୍ୟକ୍ରମର ପ୍ରଦର୍ଶନ କରାଯିବା ପାଇଁ ସ୍ଥିର କରାଯାଇଛି । ଏହି ପରିପ୍ରେକ୍ଷୀରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ଅଧ୍ଯକ୍ଷତାରେ କୃଷି ଭବନଠାରେ ବିଭିନ୍ନ ବିଭାଗ ମଧ୍ୟରେ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା ।

କୃଷି ଭବନଠାରେ ଆୟୋଜିତ ସମନ୍ୱୟ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ଵାଇଁ ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ଅବସରରେ କହିଲେ ମତ୍ସ୍ୟ-ପ୍ରାଣୀ ସମାବେଶରେ ସାରା ରାଜ୍ୟରୁ ୬୦୦୦ରୁ ଉର୍ଦ୍ଧ ମତ୍ସ୍ୟଚାଷୀ, ଗୋପାଳକ, ପ୍ରାଣୀପାଳକମାନେ ଯୋଗଦେବେ । ରାଜ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦର ବିକାଶ ସମେତ ରାଜ୍ୟର ବିଭିନ୍ନ କ୍ଷେତ୍ରରେ ହାସଲ କରିଥିବା ଉଲ୍ଲେଖନୀୟ ସଫଳତା ସମ୍ପର୍କରେ ବ୍ୟାପକ ସଚେତନତା କରାଯିବା ନିମନ୍ତେ ଏହି ସମାବେଶର ଆୟୋଜନ କରାଯାଉଛି । ପ୍ରଦର୍ଶନୀରେ କୃଷି, ଉଦ୍ୟାନକୃଷି, ମୃରିକା ସଂରକ୍ଷଣ, ମିଶନ ଶକ୍ତି, ଓଡ଼ିଶା ଜୀବିକା ମିଶନ, ଓରମାସ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟଜଳ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ଓୟୁଏଟି, ସମବାୟ, ମହିଳା ଓ ଶିଶୁ ଜଲ୍ୟାଣ, ସୂଚନା ଓ ଲୋକସମ୍ପର୍କ ଆଦି ବିଭାଗଗୁଡ଼ିକ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ପକ୍ଷରୁ ସେମାନଙ୍କ ଦ୍ଵାରା ଉତ୍ପାଦିତ ଦ୍ରବ୍ୟର ପ୍ରଦର୍ଶନ ସର୍ପିତ ବିକ୍ରିବଟାର ବ୍ୟବସ୍ଥା ରହିଛି । ସମସ୍ତ ବିଭାଗ ମଧ୍ୟରେ ଉପଯୁକ୍ତ ସମୟ ରକ୍ଷା କରିଏହି ତିନିଦିନିଆ ସମାବେଶକୁ ଆକର୍ଷଣୀୟ ଓ ସଫଳ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ଵାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ । ବୈଠକରେ ମଧ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମସ୍ୟ ନିର୍ଦ୍ଦେଶକ ମହମ୍ମଦ ସିଦ୍ଦିକ୍ ଆଲାମ, କୃଷି ଓ ଖାଦ୍ୟ ଉତ୍ପାଦକ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।


Share It

Comments are closed.