ସାହାରା ମୁଖ୍ୟ ସୁବ୍ରତ ରାୟଙ୍କ ପରଲୋକ


ସାହାରା ମୁଖ୍ୟ ସୁବ୍ରତ ରାୟଙ୍କ ପରଲୋକ। ମୁମ୍ବାଇରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ତାଙ୍କର ମର ଶରୀରକୁ ବୁଧବାର ଲକ୍ଷ୍ନୌର ସାହାରା ସହର ଅଣାଯିବ। ଏଠାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବ। ଦୀର୍ଘ ସମୟ ଧରି ଉଚ୍ଚ ରକ୍ତଚାପ ଏବଂ ମଧୁମେହ ସମେତ ବିଭିନ୍ନ ରୋଗରେ ପୀଡିତ ଥିଲେ । ଏହାପରେ ଗତରାତିରେ ସୁବ୍ରତ ରାୟଙ୍କର ହୃଦଘାତ ହେତୁ ରାତି ୧୦.୩୦ ରେ ତାଙ୍କର ମୃତ୍ୟୁ ଘଟିଥିଲା। ଆଜି ମୁମ୍ବାଇରେ ତାଙ୍କ ଅନ୍ତିମ ଦର୍ଶନ ପରେ ଲକ୍ଷ୍ନୌ ନିଆଯିବ । ସାହାରା ସିଟିରେ ତାଙ୍କ ଅନ୍ତିମ ସତ୍କାର କରାଯିବ ବୋଲି ସୂଚନା ମିଳିଛି।


Share It

Comments are closed.