କିପରି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ

Share It

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଡିସେମ୍ବର ୮ ହେଉଛି ଶୁକ୍ରବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ
ମେଷ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।
ବୃଷ: ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ।
ମିଥୁନ: ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ । ଯାତ୍ରା ସ୍ଥଗିତ ରଖିବା ଆପଣଙ୍କ ପାଇଁ ଭଲ ହେବ । ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ଭଲ । ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି । ବୃଥା କାର୍ଯ୍ୟରେ ଖର୍ଚ୍ଚାନ୍ତ ହେବେ । ମିଠା କଥାରେ ପରକୁ ନିଜର କରିବେ ।
କର୍କଟ: ଆପଣଙ୍କୁ ସାବଧାନତା ସହ ଦୀନ ଚର୍ଯ୍ୟା କରିବାକୁ ପଡିବ । ଶାରୀରିକ କ୍ଲେଶ ଅନୁଭବ କରିବେ । ଆର୍ଥିକ ସମସ୍ୟାକୁ ନେଇ ଚିନ୍ତିତ ରହିବେ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ ।
ସିଂହ: ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଖରାପ କରିଦେବ । ଚିsନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ ।
କନ୍ୟା: ଆର୍ଥିକ ସ୍ଥିତିରେ ଅବନତି ଦେଖାଦେବ । ସାମାନ୍ୟ ଶରୀର ପୀଡା ଭୋଗିବେ । ପଡୋଶୀଙ୍କ କୁ ଚକ୍ରାନ୍ତର ଶିକାର ହେବେ । ବିବାହ ଭୋଜି ନିମନ୍ତ୍ରଣ ଆଜି ପ୍ରତ୍ୟାଖ୍ୟାନ କରିବେ ।
ତୁଳା: ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ ।
ବିଛା: ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି ।
ଧନୁ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।
ମକର: ଦିନଟି ରେୁ ସତର୍କତା ଆବଶ୍ୟକ । ସାମାନ୍ୟ କଥାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ଉପୁଜିପାରେ । ଖର୍ଚ୍ଚାନ୍ତ ହେବେ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।
କୁମ୍ଭ: ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ ।
ମୀନ:ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।

 


Share It

Comments are closed.